ଆଜି ଚିହ୍ନଟ ହୋଇଥିବା ୫୩ ଜଣଙ୍କ ମଧ୍ୟରୁ ୩୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୧୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।ବାଲେଶ୍ୱର ଜିଲ୍ଲାରୁ ୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କଟକ ଜିଲ୍ଲାରେ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ , ଢେଙ୍କାନାଳ, ଗଜପତି ଓ ଗଂଜାମ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ମଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।