
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓମାନ ସୁଲତାନ ମହାମହିମ ସୁଲତାନ ହାଇଥାମ ବିନ ତାରିକଙ୍କ ସହ ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।ଭାରତ ଓମାନକୁ ଯୋଗାଇଥିବା କୋଭିଡ-୧୯ ଟୀକା ପାଇଁ ମହାମହିମ ସୁଲତାନ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ । ଘନିଷ୍ଠ ସହଯୋଗରେ ମିଳିତ ଭାବେ ମହାମାରୀ ବିରୋଧରେ ସଂଗ୍ରାମ ଜାରି ରଖିବା ଲାଗି ଉଭୟ ନେତା ସହମତ ହୋଇଥିଲେ ।
ସୁଲତାନ ତାଙ୍କ ଶାସନର ଏକ ବର୍ଷ ପୂରଣ କରିଥିବା ସହିତ ଓମାନ ପାଇଁ ତାଙ୍କ ଭିଜନ ୨୦୪୦ ଲାଗି ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ ।ପ୍ରତିରକ୍ଷା, ସ୍ୱାସ୍ଥ୍ୟ, ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ ଭଳି ସମସ୍ତ କ୍ଷେତ୍ରରେ ବୃଦ୍ଧି ପାଉଥିବା ଭାରତ-ଓମାନ ସହଯୋଗ ନେଇ ଦୁଇ ନେତା ସନ୍ତୋଷ ପ୍ରକାଶ କରିଥିଲେ ।ଉଭୟ ନେତା ଦୁଇ ଦେଶ ମଧ୍ୟରେ ରଣନୀତିକ ଭାଗିଦାରୀ ଓ ଅର୍ଥନୈତିକ ଏବଂ ସାଂସ୍କୃତିକ ସମ୍ପର୍କ ବୃଦ୍ଧିରେ ପ୍ରବାସୀ ଭାରତୀୟଙ୍କ ଭୂମିକାକୁ ପ୍ରଶଂସା କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO