ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୦୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୧୦୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୬୩୧ ରହିଛି ।
ଆଜି ଚିହ୍ନଟ ହୋଇଥିବା ୬୯ ଜଣଙ୍କ ମଧ୍ୟରୁ ୪୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୧୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୧ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା
କଟକ ଜିଲ୍ଲାରୁ ୨ ଓ ଦେବଗଡ ଜିଲ୍ଲାର ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଂଜାମ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ମଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନବରଙ୍ଗପୁର ଓ ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସମ୍ବଲପୁରରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସୁନ୍ଦରଗଡ଼ରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା