ମଣିପୁରରେ ଗତ ୨୪ ଘଂଟାରେ କରୋନାର ୪ ନୂଆ ମାମଲା
ଇମ୍ଫାଲ , ମଣିପୁରରେ ଗତ ୨୪ ଘଂଟାରେ ୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୯,୨୩୭ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୭୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬,୯୭୧ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬,୯୭୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୨,୯୫୬ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୧,୭୮୮ ଜଣ ମୃତ୍ୟୁବରଣ କରିଛନ୍ତି ।