ଆଜି ଚିହ୍ନଟ ହୋଇଥିବା ୬୨ ଜଣଙ୍କ ମଧ୍ୟରୁ ୩୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୧୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରେ ୧ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।
କଟକ ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରପ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଢେଙ୍କାନାଳ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ୧ ତଥା କେନ୍ଦୁଝର ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ମଟ ହୋଇଛନ୍ତି । ଖୋର୍ଦ୍ଧାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନବରଙ୍ଗପୁର ଓ ନୟାଗଡରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସମ୍ବଲପୁରରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ସୁନ୍ଦରଗଡ଼ରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା