
ଗଞ୍ଜାମ, ଯୁବକଙ୍କ ତଂଟି କାଟି ହତ୍ୟା ଉଦ୍ୟମ ହୋଇଛି । ଘଟଣାରେ ଗୁରୁତର ଯୁବକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତି କରାଯାଇଛି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡ଼ସାହିରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ତେବେ ଅଦ୍ୟାବଧି ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ଛାନଭିନ୍ ଆରମ୍ଭ କରିଛି ।