ଭୁବନେଶ୍ୱର, କାଳିଆ ଯୋଜନାରେ ଏବେ ୧୦୪୦୭୬ ଜଣ ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି । କାଳିଆ ଯୋଜନାରେ ବର୍ତମାନ ସୁଦ୍ଧା ୫୬,୧୪,୭୦୭ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି । ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ଏ ସମ୍ପର୍କିତ ପ୍ରଶ୍ନର ଉତରରେ କୃଷି ମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ କୌଣସି ହିତାଧିକାରୀ ଯେପରି ଡିବିଟି ଜରିଆରେ ସହାୟତା ପାଇବାରୁ ବଂଚିତ ନ ହୁଅନ୍ତି ସେଥିପାଇଁ କାଳିଆ ଯୋଜନାରେ ଆଧାର ଭିତିକ ଓ ବ୍ୟାଙ୍କ ଆକାଉଂଟ ଭିତ୍ତିକ ଅର୍ଥରାଶି ପଠାଯାଉଛି ।