ଆଜି ଚିହ୍ନଟ ହୋଇଥିବା ୮୯ ଜଣଙ୍କ ମଧ୍ୟରୁ ୫୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୧୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୬ ବୌଦ୍ଧ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି ।
କଟକ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ, ଗଜପତି, ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନଗିରି ଜିଲ୍ଲାରେ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ମୟୂରଭଞ୍ଜ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନବରଙ୍ଗପୁର ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା