
ସେହିପରି ଜିଏସଟି ଜଟିଳତା ଦ୍ୱାରା ବ୍ୟବସାୟୀମାନେ ଆର୍ôଥକ ଓ ମାନସିକ ସ୍ତରରେ ଅତିଷ୍ଠ ହୋଇସାରିଲେଣି । ତା ଛଡ଼ା ଜିଏସଟି ଆଇନ ଯୋଗୁଁ ବ୍ୟବସାୟ କରିବା ମୁସ୍କିଲ ହୋଇପଡ଼ିଲାଣି ବୋଲି କଟକ ନଗର ମହାସଂଘ କହିଛି । କଟକ ମାଲଗୋଦାମ ବଣିକ ସଂଘ କାର୍ଯ୍ୟାଳୟରେ ହୋଇଥିବା ବୈଠକରେ ମହାସଂଘ ବନ୍ଦ ଡାକରାକୁ ସମର୍ଥନ କରିବାକୁ ନିଷ୍ପତି ନେଇଛି କଟକ ବ୍ୟବସାୟୀ ସଂଘ ।
ଏହାବାଦ ସର୍ବଭାରତୀୟ ପରିବହନ କଲ୍ୟାଣ ଆସୋସିଏସନ ମଧ୍ୟ ବନ୍ଦରେ ସାମିଲ ହେବ । ସେମାନେ ସମଗ୍ର ଦେଶରେ ଚକା ଜାମ କରିବେ । ଏହାର ଅର୍ଥ ଆସନ୍ତାକାଲି ଗାଡ଼ି ମୋଟର ମଧ୍ୟ ଚାଲିବ ନାହିଁ । ସେହିପରି ଦୋକାନ ବଜାର ମଧ୍ୟ ଖୋଲିବ ନାହିଁ ।