ଆଇଜଲ,ମିଜୋରାମରେ ଗତ ୨୪ ଘଂଟା ମଧ୍ୟରେ ୬ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୪୧୯ ହୋଇ ଯାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହୋଇଛି ।
ପଂଜାବରେ ଗତ ୨୪ ଘଂଟାରେ ୫୬୬ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୫୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୭୦ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୭୯୯ ହୋଇଛିା