ଇମ୍ଫାଲ -ମଣିପୁରରେ ଗତ ୨୪ ଘଂଟାରେ ୧ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୦ ହୋଇ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୩୭୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬,୩୯୭ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬,୩୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୭,୬୧୮ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୨,୧୮୪ ଜଣ ମୃତ୍ୟୁବରଣ କରିଛନ୍ତି ।