ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୪୪୮ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୭୦୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୭୭୫ ରହିଛି ।ଆଜି ଚିହ୍ନଟ ହୋଇଥିବା ୯୭ ଜଣଙ୍କ ମଧ୍ୟରୁ ୫୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୨ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକ ଜିଲ୍ଲାରୁ ୪ ଓ ଦେବଗଡ ଜିଲ୍ଲାର ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ, ଗଜପତି ଓ ଗଂଜାମ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁରରୁ ୧, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ମଟ ହୋଇ ନାହାନ୍ତି । କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧାରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରେ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁରରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିି । ସୁନ୍ଦରଗଡ଼ରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୩ଲ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।