ଶିଶୁ ପ୍ରାରମ୍ଭଠାରୁ ଆରମ୍ଭ କରି ପିଏଚଡି ପର୍ଯ୍ୟନ୍ତ ଜାତୀୟ ଶିକ୍ଷାନୀତିରେ ଥିବା ବ୍ୟବସ୍ଥାଗୁଡିକୁ ତ୍ୱରାନ୍ୱିତ କରିବା ସହ ଚଳିତ ବଜେଟ ଏଥିପାଇଁ ଖୁବ ଭଲଭାବେ ସାହାଯ୍ୟ କରିବ ବୋଲି ସେ କହିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ବଜେଟରେ ସ୍ୱାସ୍ଥ୍ୟ ପରେ ଦ୍ୱିତୀୟ ସର୍ବବୃହତ ଗୁରୁତ୍ୱ ଶିକ୍ଷା, କୌଶଳ, ଗବେଷଣା ଏବଂ ଉଦ୍ଭାବନ ଉପରେ ଆରୋପ କରାଯାଇଛି । ଦେଶର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଗୁଡିକ ଏଥିରେ ସହଯୋଗ କରିବାକୁ ସେ ଆହ୍ୱାନ ଦେଇଥିଲେ । ଚଳିତ ବଜେଟରେ କୌଶଳ ବିକାଶ ଓ ଶିକ୍ଷା ନବୀଶ ଉପରେ ଦିଆଯାଇଥିବା ଗୁରୁତ୍ୱ ଅଭୂତପୂର୍ବ ବୋଲି ସେ କହିଛନ୍ତି । ଯେପରି କର୍ମନିଯୁକ୍ତି ଓ ଔଦ୍ୟୋଗିକ ସାମର୍ଥ୍ୟ ଆଗାମୀ ଦିନରେ ବୃଦ୍ଧି ପାଇବ ସେଥିପାଇଁ ବଜେଟ ଶିକ୍ଷାର ଆର୍ôଥକ ପରିସରକୁ ସଂପ୍ରସାରିତ କରିଛି । ଏସବୁ ଉଦ୍ୟମ ଯୋଗୁଁ ଆଜି ଭାରତ ବୈଜ୍ଞାନିକ ପ୍ରକାଶନ, ପିଏଚଡି ବିଦ୍ୱାନଙ୍କ ସଂଖ୍ୟା ଓ ଷ୍ଟାର୍ଟଅପ ସେ ତୃତୀୟ ସ୍ଥାନରେ ରହିଛି ।ଭାରତ ବୈଶ୍ୱିକ ଉଦ୍ଭାବନ ସୂଚୀର ପଚାଶତମ ସ୍ଥାନରେ ରହିଛି ଓ ଏହି ସ୍ଥାନ କ୍ରମଶଃ ଉନ୍ନତ ହେବାରେ ଲାଗିଛି । ଉଚ୍ଚଶିକ୍ଷା, ଗବେଷଣା ଓ ଉଦ୍ଭାବନ ଉପରେ ଅଧିକ ଧ୍ୟାନ ଦିଆଯବା ଯୋଗଁତ ଆମର ଛାତ୍ରଛାତ୍ରୀ ଓ ଯୁବ ବିଜ୍ଞାନୀଙ୍କ ନିମନ୍ତେ ଅଧିକରୁ ଅଧିକ ନୂତନ ସୁଯୋଗ ସୃଷ୍ଟି ହୋଇଛି ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପ୍ରଥମ ଥର ନିମନ୍ତେ ବିଦ୍ୟାଳୟଗୁଡିକରେ ଅଟଳ ଟିଙ୍କରିଂ ଲ୍ୟାବରୁ ଆରମ୍ଭ କରି ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡିକରେ ଅଟଳ ଉଷ୍ମେଳନ କେନ୍ଦ୍ର ଉପରେ ଧ୍ୟାନ କେନ୍ଦ୍ରିତ ହୋଇଛି । ଷ୍ଟାର୍ଟ ଅପ ନିମନ୍ତେ ହକାଥନ ଭଳି ନବୀନ ପରମ୍ପରା ସୃଷ୍ଟି ହୋଇ ଦେଶର ଯୁବାଗୋଷ୍ଠୀ ଓ ଶିଳ୍ପ ପାଇଁ ଅପୂର୍ବ ସୁଯୋଗ ସୃଷ୍ଟି କରିଛି । ଦେଶରେ ଉଦ୍ଭାବନକୁ ପ୍ରୋତ୍ସାହିତ କରିବା ସହ ୩୫୦୦ରୁ ଅଧିକ ଷ୍ଟାର୍ଟଅପ ମଧ୍ୟ ବିକଶିତ କରାଯାଇଛି । ସେହିପରି ଜାତୀୟ ସୁପର କମ୍ପ୍ୟୁଟିଂ ମିଶନ ଅଧୀନରେ ତିନିଟି ସୁପର କମ୍ପ୍ୟୁଟର ପରମ ଶିବାୟ, ପରମ ଶକ୍ତି ଏବଂ ପରମ ବ୍ରହ୍ମ ଆଇଆଇଟି ବିଏଚୟୁ, ଆଇଆଇଟି ଖଡଗପୁର ଓ ଆଇଜର ପୁଣେରେ ସ୍ଥାପନ କରାଯାଇଛି । ଦେଶରେ ଏକ ଡର୍ଜନରୁ ଅଧିକ ପ୍ରତିଷ୍ଠାନ ଏହି କମ୍ପ୍ୟୁଟର ନେବାକୁ ପ୍ରସ୍ତାବ ଦେଇଛନ୍ତି । ତିନିଟି ଅତ୍ୟାଧୁନିକ ବିଶ୍ଳେଷକ ଏବଂ ବୈଷୟିକ ସାହାଯ୍ୟକାରୀ ପ୍ରତିଷ୍ଠାନ (ସାଥୀ) ଆଇଆଇଟି ଖଡଗପୁର, ଆଇଆଇଟି ଦିଲ୍ଲୀ ଏବଂ ବିଏଚୟୁରୁ କାର୍ଯ୍ୟ କରୁଥିବା ସେ କହିଛନ୍ତି ।
ସେ କହିଛନ୍ତି ଯେ ଜ୍ଞାନ ଓ ଗବେଷଣା ଉପରେ କୌଣସି ପ୍ରତିବନ୍ଧକ ଲଗାଇବା ଦେଶର ସାମର୍ଥ୍ୟ ପ୍ରତି ଏକ ଅନ୍ୟାୟ । ମେଧାବୀ ଯୁବଗୋଷ୍ଠୀଙ୍କ ନିମନ୍ତେ ମହାକାଶ ଆଣବିକ ଶକ୍ତି, ଡିଆରଡିଓ ଓ କୃଷି କ୍ଷେତ୍ରରେ ଅନେକ ସୁଯୋଗ ରଖିଛି । ଦେଶ ପ୍ରଥମ ଥର ନିମନ୍ତେ ପାଣିପାଗ କ୍ଷେତ୍ରରେ ଆନ୍ତର୍ଜତିକ ମାନ୍ୟତା ହାସଲ କରିବାରେ ସମର୍ଥ ହୋଇଛି । ଏ ଦିଗରେ ଥିବା ଗବେଷଣା ଓ ବିକାଶ ଯୋଗୁଁ ବୈଶ୍ୱିକ ଦକ୍ଷତା ବୃଦ୍ଧି ସହ ଯେଉଁ ତଥ୍ୟ ମିଳିବ ତାହା ମହାକାଶ କ୍ଷେତ୍ରରେ ଦେଶର ଯୁବଗୋଷ୍ଠୀ ନିମନ୍ତେ ବେଶ ସହାୟକ ହେବ । ଦେଶରେ ପ୍ରଥମ ଥର ନିମନ୍ତେ ଜାତୀୟ ଗବେଷଣା ପ୍ରତିଷଠାନ ତିଆରି ହେଉଛି । ଏଥିପାଇଁ ୫୦ ହଜାର କୋଟି ଟଙ୍କାର ବ୍ୟୟବରାଦ ହୋଇଛି ।
ଏହା ଗବେଷଣା ପ୍ରତିଷ୍ଠାନଗୁଡିକ ପ୍ରଶାସନିକ ପରିପାଟୀକୁ ସୁଦୃଢ଼ କରିବା ସହ ଗବେଷଣା ଓ ପରିପାଟୀ, ଶିକ୍ଷା ବ୍ୟବସ୍ଥା ଓ ଶିଳ୍ପ ମଧ୍ୟରେ ସମନ୍ୱୟ ରକ୍ଷା କରିବ । ଶତକଡା ଶହେ ଭାଗରୁ ଅଧିକ ବ୍ୟୟବରାଦ ଜୈବପ୍ରଯୁକ୍ତି ବିଦ୍ୟା ଗବେଷଣା କ୍ଷେତ୍ରରେ କରାଯାଇଥିବାରୁ ଏହା ସରକାରଙ୍କ ପ୍ରାଥମିକତାର ଯଥାର୍ଥତା ପ୍ରତିପାଦନ କରିଥାଏ । ଖାଦ୍ୟ ନିରାପତ୍ତା, ପୌଷ୍ଟିକତା ଓ କୃଷି କ୍ଷେତ୍ରରେ ଜୈବପ୍ରଯୁକ୍ତି ବିଦ୍ୟା ଗବେଷଣାର ପରିସର ବୃଦ୍ଧି ପାଇଁ ସେ ଆହ୍ୱାନ ଜଣାଇଛନ୍ତି ।