
ଭୁବନେଶ୍ୱର, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଉପଲକ୍ଷେ ଛାତ୍ର ଓ ଯୁବ ବିଜେଡି ପକ୍ଷରୁ ଏକ ବିଶାଳ ସାଇକେଲ ରାଲିର ଆୟୋଜନ କରାଯାଇଛି । କଟକ ଆନନ୍ଦ ଭବନ ନିକଟରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅଭିମୁଖେ ସାଇକେଲ୍ ରାଲି ବାହାରି ଭୁବନେଶ୍ୱର ରେ ପହଂଚିଛି । ଏଥିରେ ହଜାର ହଜାର ସଂଖ୍ୟକ ଯୁବକ-ଯୁବତୀ ଓ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ ।

ମିଳିଥିବା ସୂଚନା ଅନୁସାରେ କଟକରୁ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଜେଡି ନେତା ପ୍ରଣବ ପ୍ରକାଶ ଦାସ, ଛାତ୍ର ବିଜେଡି ସଭାପତି ଦେବୀ ରଂଜନ ତ୍ରିପାଠୀ, ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ, ବିଜେଡି ନେତା ଦେବାଶିଷ ସାମନ୍ତରାୟ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବିଜେଡି ଉପସଭାପତି ଦେବୀ ମିଶ୍ର ପ୍ରମୁଖ ଏହି ସାଇକେଲ ରାଲିରେ ସାମିଲ ଥିଲେ ।
ଏହି ନେତା ମାନେ କହିଛନ୍ତି ଯେ ରେଭେନ୍ସା ମହାବିଦ୍ୟାଳୟରୁ ପାକିସ୍ତାନର ପେଶୱାର ପର୍ଯ୍ୟନ୍ତ ବିଜୁ ବାବୁ ଛାତ୍ର ଜୀବନରେ ୪୫ ଶହ ମାଇଲ ସାଇକେଲ ଯାତ୍ରା କରିଥିଲେ । ସେହି ଐତିହାସିକ ଯାତ୍ରାକୁ ଆଜି ମନେ ପକାଇ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରେ ଏଭଳି ସାଇକେଲ ରାଲି କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO