ଆଜି ଚିହ୍ନଟ ହୋଇଥିବା ୯୧ ଜଣଙ୍କ ମଧ୍ୟରୁ ୫୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୧୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୧୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ଜଣେ ହେଲେ ସଂକ୍ରମିତ ହୋଇ ନାହାନ୍ତି । ଭଦ୍ରକ ଜିଲ୍ଲାରେ ୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରେ ୧ ତଥା ଓ ବୌଦ୍ଧ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
କଟକ ଜିଲ୍ଲାରୁ ୧ ଓ ଦେବଗଡ ଜିଲ୍ଲାର ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ ଓ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଂଜାମ ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ ୨, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରେ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁରରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସମ୍ବଲପୁରରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।