-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୬୭୪

ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୬୭୪ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୯୦୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୮୦୨ ରହିଛି ।ଆଜି ଚିହ୍ନଟ ହୋଇଥିବା ୫୪ ଜଣଙ୍କ ମଧ୍ୟରୁ ୩୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୧୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।