ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବାଲେଶ୍ୱର ଜିଲ୍ଲାରେ ୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ୦୧ ଓ ଭଦ୍ରକ ଜିଲ୍ଲାରେ ୦୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ତଥା ବୌଦ୍ଧ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକ ଜିଲ୍ଲାରୁ ୩ ଓ ଦେବଗଡ ଜିଲ୍ଲାର ୧ ତଥା ଢେଙ୍କାନାଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି, ଗଂଜାମ, ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ଖୋର୍ଦ୍ଧାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରେ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ନବରଙ୍ଗପୁର , ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସମ୍ବଲପୁରରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତିି । ସୁନ୍ଦରଗଡ଼ରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୨ ଗିରଫ, ୫୯୮ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୨ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୫୯୮ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୪,୬୮,୫୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।