
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୦,୨୧୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୧,୯୮,୩୯୯ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୨,୩୯୩ ଜଣ ମୃତ୍ୟୁବରଣ କରିଛନ୍ତି ।