ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୭୪୪ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୯୯୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୭୮୪ ରହିଛି ।ଆଜି ଚିହ୍ନଟ ହୋଇଥିବା ୭୦ ଜଣଙ୍କ ମଧ୍ୟରୁ ୪୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୧୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୦୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ୦୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ, ବଲାଙ୍ଗୀର ତଥା ବୌଦ୍ଧ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକ ଜିଲ୍ଲାରୁ ୩ ଓ ଦେବଗଡ ଜିଲ୍ଲାର ୨ ତଥା ଢେଙ୍କାନାଳ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତି, ଗଂଜାମ, ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦୁଝର ଜିଲ୍ଲାରୁ ୦୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି. ମୟୁରଭଂଜ ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନବରଙ୍ଗପୁର , ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସମ୍ବଲପୁରରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୪ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।