ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୧,୧୪୧ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୧,୧୪୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୨,୧୯,୭୨୭ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୨,୪୭୮ ଜଣ ମୃତ୍ୟୁବରଣ କରିଛନ୍ତି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୮୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୮୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୪୧,୧୦୧ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୯୨୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା