
ଢ଼େଙ୍କାନାଳ,ମହାଶିବରାତ୍ରୀ ଉପଲକ୍ଷେ ରାଜ୍ୟର ଅନ୍ୟତମ ଶୈବପୀଠ ଢ଼େଙ୍କାନାଳର କପିଳାସ ପୀଠରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରୀ ହୋଇଥିବା କରୋନା କଟକଣା ଯୋଗୁଁ ପୀଠକୁ ଦର୍ଶନ କିମ୍ବା ଜାଗର ଜାଳିବା ପାଇଁ ଆସିପାରିବେ ନାହିଁ ଶ୍ରଦ୍ଧାଳୁ । କେବଳ ସେବାୟତ ମାନେ କରୋନା କଟକଣାକୁ ଅନୁପାଳନ କରି ବାବାଙ୍କ ନୀତିକାନ୍ତି ସମାପନ କରିବେ । ସେବାୟତ ମନ୍ଦିର ମଧ୍ୟରେ ସେବା ପୂଜା ବେଳେ ମୁହଁରେ ମାସ୍କ ପରିଧାନ କରିବା ସହିତ ସାମାଜିକ ଦୂରତ୍ୱ ଓ କୋଭିଡ଼୍ କଟକଣାକୁ ଅନୁପାଳନ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି ।
ଏଠାରେ ଉଲ୍ଲେଖଯୋଗ୍ୟ, ପ୍ରତ୍ୟେକ ବର୍ଷ କପିଳାସ ସ୍ଥିତ ପ୍ରଭୁ ଚନ୍ଦ୍ରଶେଖରଙ୍କ ଏହି ଜାଗର ଯାତ୍ରା ଅବସରରେ ରାଜ୍ୟ ତଥା ରାଜ୍ୟ ବାହାରୁ ଏଠାକୁ ଛୁଟି ଆସିଥାନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ । ଶିବ ଦର୍ଶନ ସାଙ୍ଗକୁ ଜାଗର ଜାଳିବା ପାଇଁ ଏଠାରେ ଭକ୍ତଙ୍କ ଭିଡ଼ ଜମିଥାଏ । ହେଲେ ଚଳିତ ବର୍ଷ କରୋନା କଟକଣା ପାଇଁ କପିଳାସରେ ଜାଗର ଯାତ୍ରା ଫିକା ପଡିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO