ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୪୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୫୫,୪୫୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୩୬୭ ଜଣଙ୍କର ମୃତ୍ୟୁ ଘଟିଛି ।
ପଂଜାବରେ ଗତ ୨୪ ଘଂଟାରେ ୧,୨୩୯ କରୋନାର ନୂଆ ମାମଲା
ଚଣ୍ଡିଗଡ ,ପଂଜାବ ଗତ ୨୪ ଘଂଟାରେ ୧,୨୩୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୦୨୦ ହୋଇଛି ।