
ନୂଆଦିଲ୍ଲୀ, କୋଲକାତାରେ ଏକ ଅଗ୍ନିକାଣ୍ଡ ଜନିତ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ଏକ ଟ୍ୱିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ଏହି ଦୁଃଖଦ ମୁହୁର୍ତ୍ୱରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ଦୁଃଖରେ ମୁ ସମଭାଗୀ ହେଉଛି । ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି ।”