
ଭଦ୍ରକ, କରୋନା କଟକଣାକୁ ଅନୁପାଳନ କରି ଭଦ୍ରକ ଆରଡ଼ି ସ୍ଥିତ ପ୍ରସିଦ୍ଧ ଆଖଣ୍ଡଳମଣି ପୀଠରେ ବିନା ଶ୍ରଦ୍ଧାଳୁରେ ଅନୁଷ୍ଠିତ ହେଉଛି ଜାଗର ଯାତ୍ରା । ମନ୍ଦିରର ପାଳିଆ ସେବାୟତ, ମହାଦ୍ୱୀପ ସେବାୟତ ମାନେ କୋଭିଡ଼୍ କଟକଣାକୁ ମାନି ମୁହଁରେ ମାସ୍କ ପରିଧାନ କରିବା ସହ ସାମାଜିକ ଦୂରତା ରକ୍ଷା କରି ବାବାଙ୍କ ନୀତିକାନ୍ତି ଜାରୀ ରଖିଛନ୍ତି । ପୀଠକୁ ଅଧିକ ସଂଖ୍ୟାରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମନ୍ଦିର ଚର୍ତୁପାଶ୍ୱର୍ରେ ପ୍ରଶାସନ ପକ୍ଷରୁ୧୪୪ ଧାରା ବଳବତର ରହିଛି । ସେଠାରେ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି । ରାତି ୩ଟାରେ ମହାଦ୍ୱୀପ ପ୍ରସ୍ତୁତି ଗୁପ୍ତ ଶୋଡ଼ଷ ପୂଜା ଓ ଭୋର୍ ସାଢ଼େ ୪ଟାରେ ମହାଦ୍ୱୀପ ଉଠିବ ବୋଲି ଜଣାପଡିଛି ।
ବୈଠକରେ ନିଷ୍ପତି ପ୍ରକାରେ ପୀଠକୁ ଅଧିକ ସଂଖ୍ୟାରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମନ୍ଦିର ଚର୍ତୁପାଶ୍ୱର୍ରେ ୧୪୪ ଧାରା ବଳବତର ରହିଛି । ଏହି କଟକଣା ୧୨ ତାରିଖ ଅର୍ଥାତ୍ ଆସନ୍ତା କାଲି ସକାଳ ୭ଟା ପର୍ଯ୍ୟନ୍ତ ବଳବତର ରହିବ ।