
ମାଲକାନଗିରି, ଜଙ୍ଗଲ ସୁରକ୍ଷା, ଜୀବନ ରକ୍ଷା ବାର୍ତ୍ତା ନେଇ ବାଲିମେଳା ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ତାର୍ଲାକୋଟା ସଦରମହକୁମା ଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖରାଦିନେ ଜଙ୍ଗଲ ରେ ନିଆଁ ଲଗାଇବା ଓ ଜଙ୍ଗଲ ସୁରକ୍ଷା ଉପରେ ଆଲୋଚନା କରାଯାଇଥିଲା।ଉକ୍ତ ସଚେତନତା କାର୍ଯ୍ୟକ୍ରମରେ ବାଲିମେଳା ବନାଞ୍ଚଳ ଅଧିକାରୀ ରାମଚନ୍ଦ୍ର ମାଡକାମି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଲୋକମାନଙ୍କୁ ଜଙ୍ଗଲରେ ନିଆଁ ନ ଲଗାଇବା ପାଇଁ ବୁଝାଇଥିଲେ। ଏହି କାର୍ଯ୍ୟକ୍ରମରେ ସରକାରୀ ଉଚ୍ଚ ବିଦ୍ୟାଳୟ ତାର୍ଲାକୋଟା ର ଶିକ୍ଷକ ,କବି ତଥା ପରିବେଶବିତ୍ କରୁଣାକର ମଲିକ ମୁଖ୍ୟବକ୍ତା ଭାବେ ଯୋଗଦେଇ ବୃକ୍ଷର ପ୍ରତ୍ୟେକ ଅଂଶ ମଣିଷ ସେବାରେ ନିୟୋଜିତ। ଜଙ୍ଗଲ ରକ୍ଷା କରିବା, ବାଡ଼ିରେ ଫୁଲ ଫଳ ଗଛ ଲଗାଇବା, ଜଙ୍ଗଲ ରେ ନିଆଁ ନ ଲଗାଇବାକୁ ପରାମର୍ଶ ଦେଇଥିଲେ। ସରପଞ୍ଚ ସୋମନାଥ ବାର୍ସେ ,ଫରେଷ୍ଟର ସୁବ୍ରତ କୁମାର ପରିଡ଼ାଙ୍କ ସମେତ ଅନ୍ୟ କର୍ମଚାରୀ, ସ୍ବୟଂ ସହାୟକ ଗୋଷ୍ଠୀ,ଗ୍ରାମ୍ୟ ଜଙ୍ଗଲ ସୁରକ୍ଷା କମିଟି ଓ ଏନ ଜି ଓ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO