କର୍ଣାଟକରେ ଗତ ୨୪ ଘଂଟାରେ ୭୮୩ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୭୮୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୫୭,୫୮୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୩୮୧ ଜଣଙ୍କର ମୃତ୍ୟୁ ଘଟିଛି ।