ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୦୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୪୨,୪୩୯ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୯୩୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
କେରଳରେ ଗତ ୨୪ ଘଂଟାରେ ୩,୭୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୩,୭୫୩ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ଟି ସକ୍ରିୟ ୩୩,୭୮୫ ମାମଲା ରହିଛି ।