
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ ସାହିତ୍ୟିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରଦତ ମର୍ଯ୍ୟାଦାଜନକ ବାଲ୍ ସାହିତ୍ୟ ପୁରସ୍କାର ପାଇବା ପାଇଁ ମନୋନୀତ ରାମଚନ୍ଦ୍ର ନାୟକ ଏବଂ ଚନ୍ଦ୍ରଶେଖର ହୋତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ । ଉଭୟଙ୍କ ସଫଳତା ସମଗ୍ର ଓଡ଼ିଶା ପାଇଁ ଗୌରବର ବିଷୟ ।