-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୧୨୧
ଆଜି ଚିହ୍ନଟ ହୋଇଥିବା ୬୫ ଜଣଙ୍କ ମଧ୍ୟରୁ ୩୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୨ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଓ କଟକ ଜିଲ୍ଲାରେ ସବୁଠାରୁ ଅଧିକ ୧୩-୧୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ ଜିଲ୍ଲାରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ୍ ବଲାଙ୍ଗୀର ଜିଲ୍ଲାରେ ୩ ଜଣ ତଥା ବୌଦ୍ଧ ଜିଲ୍ଲାରେ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି ଢେଙ୍କାନାଳ, ଗଜପତି, ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ô୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୁରଭଂଜ ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁର ନୟାଗଡ ଓ ନୂଆପଡା ଓ ପୁରୀ ଓ ରାୟଗଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।