ଆଜି ଚିହ୍ନଟ ହୋଇଥିବା ୭୧ ଜଣଙ୍କ ମଧ୍ୟରୁ ୪୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ ଜିଲ୍ଲାରେ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରେ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକ ଜିଲ୍ଲାରୁ ୧ ଓ ଦେବଗଡ ଜିଲ୍ଲାର ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୩ ଜଣ, ଗଂଜାମ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ô୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୧ ତଥା ମାଲକାନଗିରି ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୁରଭଂଜ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡା ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସମ୍ବଲପୁରରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।