କୈଳାଶ ଚନ୍ଦ୍ର ପଣ୍ଡା, ପୁରୀ
ଶ୍ରୀମନ୍ଦିର ଭିତରେ ପଶି ଜୋର ଜବରଦସ୍ତ ଭାବେ କୋଭିଡ଼ ପାଇଁ ଦୀର୍ଘ ଦିନ ଧରି ବନ୍ଦ ପଡ଼ିଥିବା ରୋହିଣୀ କୁଣ୍ଡର ଘୋଡ଼ଣୀ ଖୋଲି ଜଳ ସିଞ୍ଚନ କରିବାକୁ ଉଦ୍ୟମ କରିଥିଲେ । ଏହି ସମୟରେ ସେଠାରେ ମୁତୟନ ଥିବା ଜେଟିପି ବାରଣ କରିବାରୁ କଥା କଟାକଟି ହୋଇଥିଲା । ନାଗା ସାଧୁ ବୈଷ୍ଣବ ପୁରୀ ତାଙ୍କୁ ସମ୍ପୃକ୍ତ ଜେଟିପି ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି । ଆହତ ନାଗା ସାଧୁଙ୍କୁ ଚିକିତ୍ସା ପାଇଁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ମେଡିସିନ୍ ୱାର୍ଡରେ ଭର୍ତ୍ତି କରାଯାଇଛି । ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ବିଭିନ୍ନ ସମୟରେ ଶ୍ରୀମନ୍ଦିର ଓ ଅନ୍ୟାନ୍ୟ ସ୍ଥାନରେ ଏଭଳି ଆଚରଣ କରି ଚର୍ଚ୍ଚାରେ ରହି ଆସିଛନ୍ତି ନାଗାସାଧୁ ବୈଷ୍ଣବପୁରୀ ।