ହାଇଦ୍ରାବାଦ । ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୨୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୯୧,୮୬୧ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୮୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୬,୬୨୦ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୬,୬୨୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୩,୧୪,୪୧୩ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୨,୮୬୧ ଜଣ ମୃତ୍ୟୁବରଣ କରିଛନ୍ତି ।