ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୬୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୪୪,୦୬୪ହୋଇ ଯାଇଛି ।ବର୍ତମାନ ଯାଏ ୧୦,୯୪୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୫,୦୫୧ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୫,୦୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୩,୨୯,୪୬୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୨,୯୦୯ ଜଣ ମୃତ୍ୟୁବରଣ କରିଛନ୍ତି ।