
ଭୁବନେଶ୍ୱର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩୩ ଲକ୍ଷ ୮ ହଜାର ୪୦୫କୁ ବୃଦ୍ଧି ପାଇଛି । ଏବେ ସୁଦ୍ଧା ୩ ଲକ୍ଷ ୩୫ ହଜାର ୭୯୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ସାରିଥିବା ବେଳେ ଏବେ ବି ୬୩୮ ଜଣ ସକ୍ରିୟ ଅଛନ୍ତି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୭ ଜଣ, ବଲାଙ୍ଗୀରରୁ ୪ ଜଣ, କଟକରୁ ୫ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୯ ଜଣ, ମୟୂରଭଞ୍ଜରୁ ୧୧ ଜଣ, ନବରଙ୍ଗପୁରରୁ ୪ ଜଣ, ନୂଆପଡ଼ାରୁ ୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍ ପୁଲ୍ ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO