
ଭୁବନେଶ୍ୱର , ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ପୁଣି ୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ ଜଣ ସଂଗରୋଧ କେନ୍ଦ୍ରରୁ ଏବଂ ୩୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୪୮୯ରେ ପହଂଚିଛି । ସେହିପରି ୩ ଲକ୍ଷ ୩୫ ହଜାର ୮୫୭ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ବି ି ୬୬୧ ଜଣ ସକ୍ରିୟ ଅଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ଜଣେ, କଟକରୁ ୧୫ ଜଣ, ଗଞ୍ଜାମରୁ ୨ ଜଣ, ଜଗତ୍ସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, କଳାହାଣ୍ଡିରୁ ୩ ଜଣ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟ୍ ରୁ ଜଣେ, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ଜଣେ, ପୁରୀରୁ ୩ ଜଣ ,ରାୟଗଡ଼ାରୁ ୫ ଜଣ, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍ପୁଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।