
ଭୁବନେଶ୍ୱର, ମାସକ ପରେ ରାଜ୍ୟରେ ପୁଣି ଉପରମୁହାଁ ହୋଇଛି କରୋନା ଗ୍ରାଫ୍ । ଦୀର୍ଘ ଦିନର ବ୍ୟବଧାନ ପରେ କରୋନା ସଂକ୍ରମିତଙ୍କ ସଂଖ୍ୟା୧୦୦ ପାର୍ ହୋଇଛି । ଗତ ୨୪ ଘଂଟା ମଧ୍ୟରେ ଓଡ଼ିଶାରୁ ୧୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୦ ଜଣ ଓ ଖୋର୍ଦ୍ଧାରୁ ୧୫ ଜଣ ଆକ୍ରାନ୍ତ ରହିଛନ୍ତି । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ରେ ପହଂଚିଛି । ଏବେ ସୁଦ୍ଧା ୩ ଲକ୍ଷ ୩୫ ହଜାର ୯୨୩ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୫ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ସୂଚନା ଅନୁଯାୟୀ ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ଜଣେ, କଟକରୁ ୨୦ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୬ ଜଣ, ଜଗ୍ତସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୧୫ ଜଣ, କୋରାପୁଟ୍ ରୁ ଜଣେ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୨ ଜଣ, ନୂଆପଡ଼ାରୁ ୯ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍ ପୁଲ୍ ରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO