
ଭୁବନେଶ୍ୱର , ରାଜ୍ୟରେକରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତକାଲି ୧୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ପୁଣି ୧୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ସ୍ଥାନୀୟ ସଂକ୍ରମିତ । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୭୧୯ରେ ପହଂଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୯୯୪ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୫୪ ଜଣ ଆକ୍ରାନ୍ତ । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଳ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪ ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୬ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତ୍ସିଂହପୁରରୁ ଜଣେ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୪ ଜଣ, ମୟୂରଭଞ୍ଜରୁ ୧୫ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ପୁଲ୍ ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO