ଚଣ୍ଡିଗଡ ,ପଂଜାବ ଗତ ୨୪ ଘଂଟାରେ ୨୫୮୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୯୮୮ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୬,୨୮୦ ହୋଇଛିା
ଦେଶେର ଗତ ୨୪ଘଂଟା ମଧ୍ୟେର କୋବିଡ ପାଇଁ ୧୧,୩୩,୬୦୨ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶେର ଗତ ୨୪ଘଂଟା ମଧ୍ୟେର କୋବିଡ ପାଇଁ ୧୧,୩୩,୬୦୨ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶେର ବତର୍ମାନ ସୁଦ୍ଧା ୨୩,୩୫,୬୫,୧୧୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୩,୮୪୬ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୩,୮୪୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୯୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୫,୯୯,୧୩୦ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩,୦୯,୦୮୭ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୯,୭୫୫ ଜଣ ମୃତ୍ୟୁ ବରଣ କରିଛନ୍ତି ।