
ଭୁବନେଶ୍ୱର, ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଟୁଇଟ୍ କରି ଗଭୀର ଶୋକ ପ୍ରକାଶ କରିଛନ୍ତି । ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ପଦ୍ମବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଦେହାନ୍ତରେ ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିବ ସହ ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ।