
କୋରାପୁଟ, କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ନିକଟ କୁଡ଼ିପଦର ଛକରେ ଗତକାଲି ବିଳମ୍ବିତ ରାତିରେ ଏକ ଆମ୍ବୁଲାନ୍ସ ଓ ପିଚୁ ବୋଝେଇ ହାଇୱା ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଆମ୍ବୁଲାନ୍ସ ଡ଼୍ରାଇଭର ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତି କରାଯାଇଛି । ଖବର ପାଇ କାକିରିଗୁମ୍ମା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି ।