ଭୁବନେଶ୍ୱର,ରାଜ୍ୟରେ ଗୋଟିଏ ଦିନରେ ୧୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୯୬୩ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୬୧୨୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୮୬୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୪୬ ଜଣଙ୍କ ମଧ୍ୟରୁ ୮୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୩୫ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ ଜିଲ୍ଲାରେ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ୍ ବଲାଙ୍ଗୀର ଜିଲ୍ଲାରେ ୯ ଜଣ ତଥା ବୌଦ୍ଧ ଜିଲ୍ଲାରେ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକ ଜିଲ୍ଲାରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ, ଢେଙ୍କାନାଳ, ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସେହିପରି ଗଂଜାମ ଜିଲ୍ଲାରୁ ୫, ଜଗତସିଂହପୁର ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ô୧ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ୧ ସଂକ୍ରମିତ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୁରଭଂଜ ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁର ôରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ନୂଆପଡା ଜିଲ୍ଲାରୁ ୧୨ ଓ ପୁରୀରୁ ୨ ତଥା ରାୟଗଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡ଼ରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୮ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।