ଆଜି ଚିହ୍ନଟ ହୋଇଥିବା ୨୧୪ ଜଣଙ୍କ ମଧ୍ୟରୁ ୧୨୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୩୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ ଜିଲ୍ଲାରେ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରେ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ଜିଲ୍ଲାରେ ୨୦ ଜଣ ତଥା ବୌଦ୍ଧ ଜିଲ୍ଲାରେ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।
କଟକ ଜିଲ୍ଲାରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇନାହାନ୍ତି । ଗଂଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ୨ . ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ô୩ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୩୩ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଜିଲ୍ଲାରୁ ୧୦ ତଥା ମାଲକାନଗିରି ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୁରଭଂଜ ଜିଲ୍ଲାରୁ ୮ , ନବରଙ୍ଗପୁର ôରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା ବେଳେ ନୂଆପଡା ଜିଲ୍ଲାରୁ ୨ ଓ ପୁରୀରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାୟଗଡା ଜିଲ୍ଲାରୁ ୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତ ି । ସୁନ୍ଦରଗଡ଼ରୁ ୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୭ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୯ ଗିରଫ, ୮୦୮ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୯ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୮୦୮ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୪,୭୧,୧୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।