
ଭୁବନେଶ୍ୱର, କରୋନା ସମୟରେ ଉତ୍କଳ ଦିବସ ପାଳନ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଉତ୍କଳ ଦିବସ ପାଳନ ସମୟରେ ରାଜ୍ୟରେ କୌଣସି ସ୍ଥାନରେ ବହୁ ମାତ୍ରାରେ ଲୋକଙ୍କ ସମାଗମ, ସାଂସ୍କୃତିକ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି । ସରକାରୀ ବୈଠକ ଏବଂ ଉତ୍ସବ ପାଳନରେ ସର୍ବାଧିକ ୨୦୦ ଲୋକଙ୍କୁ ସାମିଲ ହେବାକୁ ଅନୁମତି ମିଳିଛି । କିନ୍ତୁ ସାମାଜିକ ଦୂରତା ରକ୍ଷା, ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ସହିତ ସାନିଟାଇଜର ବ୍ୟବହାର ବାଧ୍ୟତାମୂଳକ କରାଯାଇଛି । ସଭା ବ୍ୟତୀତ ଅନ୍ୟ ସମସ୍ତ କାର୍ଯ୍ୟକ୍ରମକୁ ବାଦ୍ ଦିଆଯାଇଛି । ସେହିପରି ସାମାଜିକ, ସାଂସ୍କୃତିକ, କ୍ରୀଡା, ମନୋରଂଜନ, ଶିକ୍ଷାନୁଷ୍ଠାନ ତଥା ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି ହୋଇଛି ।ତେବେ ଅନ୍ୟ କୌଣସି ସଂଗଠନ କରୋନା ନିୟମ ପାଳନ କରି ଉତ୍କଳ ଦିବସ ପାଳନ କରିବାକୁ ଚାହିଁଲେ ସ୍ଥାନୀୟ ପ୍ରଶାସନ ଠାରୁ ନେବାକୁ ଅନୁମତି ପଡ଼ିବ । ଜିଲ୍ଲାପାଳ, ପୌର କମିଶନରଙ୍କ ଠାରୁ ଅନୁମତି ନେଇପାରିବେ । ଉତ୍କଳ ଦିବସ ପାଳନରେ କରୋନା କଟକଣାକୁ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ଦ୍ଦେଶନାମା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO