ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧,୫୧୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୫୨,୭୪୨ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୯୭୮ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
ପଂଜାବରେ ଗତ ୨୪ ଘଂଟାରେ ୨,୭୦୦ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୨,୭୦୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୩ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧,୪୦୫ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୬,୫୧୭ହୋଇଛିା