

ଝାରଖଣ୍ଡରେ କରୋନାର ୩୦୮ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୩୦୮ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୨୨,୨୮୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୧୦୩ ଜଣଙ୍କର ମୃତ୍ୟୁ ଘଟିଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୬,୯୦୨ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୬,୯୦୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୮୨,୪୫୧ହାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୩,୯୦୭ ଜଣ ମୃତ୍ୟୁବରଣ କରିଛନ୍ତି ।