ଭୁବନେଶ୍ୱର,ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଦିନ କହିଛନ୍ତି ଯେ ରାଜ୍ୟରେ ସରକାରୀ ସ୍କୁଲ ବନ୍ଦ ହେବ ନାହିଁ । ସେ କହିଛନ୍ତି ଏବେ ରାଜ୍ୟର କେବଳ କିଛି ବେସରକାରୀ ଶିକ୍ଷାନୁଷ୍ଠାନରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସରକାରୀ ଶିକ୍ଷାନୁଷ୍ଠାନରେ କିନ୍ତୁ ଏସଓପିକୁ ପାଳନ କରାଯାଇ କ୍ଲାସ ହେଉଛି । ସରକାରୀ ଶିକ୍ଷାନୁଷ୍ଠାନରୁ ଏଯାବତ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ତେଣୁ ସରକାରୀ ସ୍କୁଲକୁ ବନ୍ଦ କରିବାକୁ ଏଯାଏଁ କୌଣସି ନିଷ୍ପତି ହୋଇନି ବୋଲି ସେ କହିଛନ୍ତି । ଏଥିସହିତ ଛାତ୍ରଛାତ୍ରୀମାନେ ସେମାନଙ୍କ ପରୀକ୍ଷା ପାଇଁ ପ୍ରସ୍ତୁତ ରହିବା ସହିତ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ ବୋଲି ଗଣଶିକ୍ଷାମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
Related Stories
May 6, 2024