
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୦୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୪୦୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୬୬୯୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୧୭୩୭ ରହିଛି ।ଆଜି ଚିହ୍ନଟ ହୋଇଥିବା ୨୦୮ ଜଣଙ୍କ ମଧ୍ୟରୁ ୧୨୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ନୂଆପଡା ଜିଲ୍ଲାରେ ସବୁଠାରୁ ଅଧିକ ୩୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮, ବରଗଡ଼ରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୫, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୨୨, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୩୩, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୩୬, ପୁରୀରୁ ୯, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୫, ଓ ସୁନ୍ଦରଗଡ଼ରୁ ୭ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍ ପୁଲରୁ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO