
ପୁରୀ, ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଥିବା ବେଳେ ଅପରାହ୍ନ ୧ଟା ସୁଦ୍ଧା ବିଜେଡ଼ି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥିଙ୍କ ସମେତ ୪ ଜଣ ପ୍ରାର୍ଥୀ ରିଟର୍ଣ୍ଣି ଅଫିସରଙ୍କ ନିକଟରେ ନିଜ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।ବିଜେଡ଼ି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥି ଆଜି ମଧ୍ୟାହ୍ନରେ ଏଡିଏମଙ୍କ କାର୍ଯ୍ୟାଳୟରେ ପହଂଚି ରିଟର୍ଣ୍ଣି ଅଫିସର ପ୍ରଦୀପ କୁମାର ସାହୁଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ସମୟରେ ତାଙ୍କ ସହିତ ସାଂସଦ ପିନାକୀ ମିଶ୍ର, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବୟନ ଶିଳ୍ପ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ସଞ୍ଜୟ ଦାଶବର୍ମା, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ବିଜେଡ଼ି ପୁରୀ ଜିଲ୍ଲା ସଭାପତି ମହେଶ୍ୱର ମହାନ୍ତି, ବିଜେଡ଼ି ଯୁବନେତା ବ୍ୟୋମକେଶ ରାୟ, ରୁଦ୍ରଙ୍କ ଭିଣୋଇ ଅର୍ଦ୍ଧେନ୍ଦୁ ଦାଶ, ଭଉଣୀ ପଲ୍ଲବୀ ମହାରଥି, ଯୁବନେତା ଶୁଭାଶିଷ ଖୁଂଟିଆ, ସୁନିଲ ମହାନ୍ତି, ଏବଂ କୃଷ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ଏହା ସହିତ ସିପିଆଇଏମଏଲ ପ୍ରାର୍ଥୀ ଅଶୋକ ପ୍ରଧାନ, କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଏବଂ ସ୍ୱାଧିନ ପ୍ରାର୍ଥୀ ଭାବେ ସମ୍ବିତ ପଟ୍ଟନାୟକ ମଧ୍ୟ ନିଜର ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ପ୍ରକାଶ ଥାଉକି, ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଗତ ୨୬ ତାରିଖରେ ନିଜର ନାମାଙ୍କନ ପତ୍ର ଦାଖଲ କରିଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO