-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୬୨୦
ଆଜି ଚିହ୍ନଟ ହୋଇଥିବା ୨୧୮ ଜଣଙ୍କ ମଧ୍ୟରୁ ୧୨୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ବରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୩୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୩୪ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୯ ଜଣ, କଟକରୁ ୧୬ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତ୍ସିଂହପୁରରୁ ୩ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ଜଣେ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୫ ଜଣ, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୨୯ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ଜଣେ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୨୬ ଜଣ ଓ ଷ୍ଟେଟ୍ ପୁଲ୍ରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।