ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୯୯୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୬୦,୬୧୧ ହୋଇ ଯାଇଛି ।ବର୍ତମାନ ଯାଏ ୧୧,୦୧୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
ତାମିଲନାଡୁରେ ଗତ ୨୪ ଘଂଟାରେ ୨,୩୪୨ କରୋନାର ନୂଆ ମାମଲା
ଚେନ୍ନାଇ, ତାମିଲନାଡୁରେ ଗତ ୨୪ ଘଂଟାରେ ୨,୩୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୨,୭୦୦ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୧୪,୮୪୬ ଜଣ ମୃତ୍ୟୁବରଣ କରିଛନ୍ତି ।